2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।
3 ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ।
4 ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି।
5 ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍।
6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।