Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 139

ଗୀତସଂହିତା 139:1-19

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।
2ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।
3ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ।
4କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ।
5ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ।
6ଏହି ପ୍ରକାର ଜ୍ଞାନ ମୋ’ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋ’ ବୋଧର ଅଗମ୍ୟ।
7ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ?
8ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
9ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତ ସୀମାରେ ବାସ କରେ;
10ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।
11ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋ’ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,”
12ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।
13କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
14ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
15ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
16ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
17ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋ’ ପ୍ରତି କିପରି ବହୁମୂଲ୍ୟ ! ତହିଁର ସଂଖ୍ୟା କିପରି ଅଧିକ !
18ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
19ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋ’ ନିକଟରୁ ଦୂର ହୁଅ।

Read ଗୀତସଂହିତା 139ଗୀତସଂହିତା 139
Compare ଗୀତସଂହିତା 139:1-19ଗୀତସଂହିତା 139:1-19