16ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
17ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋ’ ପ୍ରତି କିପରି ବହୁମୂଲ୍ୟ ! ତହିଁର ସଂଖ୍ୟା କିପରି ଅଧିକ !
18ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
19ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋ’ ନିକଟରୁ ଦୂର ହୁଅ।
20କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି।
21ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ’ଣ ଘୃଣା କରୁ ନାହିଁ ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ’ଣ ବିରକ୍ତ ହେଉ ନାହିଁ ?
22ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ।
23ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ’ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ;