Text copied!
Bibles in Odia

ଗୀତସଂହିତା 139:5-18 in Odia

Help us?

ଗୀତସଂହିତା 139:5-18 in ଓଡିଆ ବାଇବେଲ

5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ।
6 ଏହି ପ୍ରକାର ଜ୍ଞାନ ମୋ’ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋ’ ବୋଧର ଅଗମ୍ୟ।
7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ?
8 ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
9 ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତ ସୀମାରେ ବାସ କରେ;
10 ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।
11 ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋ’ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,”
12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।
13 କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
15 ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
17 ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋ’ ପ୍ରତି କିପରି ବହୁମୂଲ୍ୟ ! ତହିଁର ସଂଖ୍ୟା କିପରି ଅଧିକ !
18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
ଗୀତସଂହିତା 139 in ଓଡିଆ ବାଇବେଲ