Text copied!
Bibles in Odia

ଗୀତସଂହିତା 140:1-8 in Odia

Help us?

ଗୀତସଂହିତା 140:1-8 in ଓଡିଆ ବାଇବେଲ

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।
2 ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି।
3 ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। ସେଲା
4 ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
5 ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। ସେଲା
6 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।”
7 ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ।
8 ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। ସେଲା
ଗୀତସଂହିତା 140 in ଓଡିଆ ବାଇବେଲ