4ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
5ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। ସେଲା
6ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।”
7ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ।
8ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। ସେଲା
9ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।
10ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।
11ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।
12ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।