3ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋ’ ଓଷ୍ଠାଧରର କବାଟ ରକ୍ଷା କର।
4ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।
5ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।