Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 141

ଗୀତସଂହିତା 141:3-8

Help us?
Click on verse(s) to share them!
3ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋ’ ଓଷ୍ଠାଧରର କବାଟ ରକ୍ଷା କର।
4ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।
5ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।
6ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।
7କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି।
8କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।

Read ଗୀତସଂହିତା 141ଗୀତସଂହିତା 141
Compare ଗୀତସଂହିତା 141:3-8ଗୀତସଂହିତା 141:3-8