Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା

ଗୀତସଂହିତା 142

Help us?
Click on verse(s) to share them!
1ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍‍; ପ୍ରାର୍ଥନା। ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
2ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
3ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋ’ ଗମନ ପଥରେ ସେମାନେ ମୋ’ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
4ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।
5ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।
6ମୋ’ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋ’ ଅପେକ୍ଷା ବଳବାନ।
7କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।”