1ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା। ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
2ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
3ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋ’ ଗମନ ପଥରେ ସେମାନେ ମୋ’ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।