5ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।
6ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। ସେଲା
7ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।