Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 143

ଗୀତସଂହିତା 143:6-11

Help us?
Click on verse(s) to share them!
6ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। ସେଲା
7ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।
8ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
9ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।
10ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
11ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।

Read ଗୀତସଂହିତା 143ଗୀତସଂହିତା 143
Compare ଗୀତସଂହିତା 143:6-11ଗୀତସଂହିତା 143:6-11