Text copied!
Bibles in Odia

ଗୀତସଂହିତା 144:1-4 in Odia

Help us?

ଗୀତସଂହିତା 144:1-4 in ଓଡିଆ ବାଇବେଲ

1 ଦାଉଦଙ୍କର ଗୀତ। ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋ’ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ’ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
2 ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋ’ ପଦତଳେ ବଶୀଭୂତ କରନ୍ତି।
3 ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ?
4 ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।
ଗୀତସଂହିତା 144 in ଓଡିଆ ବାଇବେଲ