2ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋ’ ପଦତଳେ ବଶୀଭୂତ କରନ୍ତି।
3ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ?
4ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।
5ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।