Text copied!
Bibles in Odia

ଗୀତସଂହିତା 144:3-10 in Odia

Help us?

ଗୀତସଂହିତା 144:3-10 in ଓଡିଆ ବାଇବେଲ

3 ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ?
4 ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।
5 ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।
6 ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।
7 ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
8 ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।
9 ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।
10 ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।
ଗୀତସଂହିତା 144 in ଓଡିଆ ବାଇବେଲ