Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 145

ଗୀତସଂହିତା 145:10-15

Help us?
Click on verse(s) to share them!
10ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,
12ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।
13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।
14ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।
15ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।

Read ଗୀତସଂହିତା 145ଗୀତସଂହିତା 145
Compare ଗୀତସଂହିତା 145:10-15ଗୀତସଂହିତା 145:10-15