13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।
14ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।
15ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।
16ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।
17ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
18ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।