Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 145

ଗୀତସଂହିତା 145:2-10

Help us?
Click on verse(s) to share them!
2ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।
4ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।
5ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।
6ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।
7ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।
8ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।
9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।
10ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;

Read ଗୀତସଂହିତା 145ଗୀତସଂହିତା 145
Compare ଗୀତସଂହିତା 145:2-10ଗୀତସଂହିତା 145:2-10