Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 145

ଗୀତସଂହିତା 145:7-13

Help us?
Click on verse(s) to share them!
7ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।
8ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।
9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।
10ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,
12ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।
13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।

Read ଗୀତସଂହିତା 145ଗୀତସଂହିତା 145
Compare ଗୀତସଂହିତା 145:7-13ଗୀତସଂହିତା 145:7-13