2ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି।
3ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ।
4ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।