Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 146

ଗୀତସଂହିତା 146:4-10

Help us?
Click on verse(s) to share them!
4ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।
5ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
6ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।
8ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
9ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।
10ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Read ଗୀତସଂହିତା 146ଗୀତସଂହିତା 146
Compare ଗୀତସଂହିତା 146:4-10ଗୀତସଂହିତା 146:4-10