4ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।
5ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
6ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;