5ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
6ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।