6ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।
8ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।