1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।
2ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।
3ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।