Text copied!
Bibles in Odia

ଗୀତସଂହିତା 147:1-5 in Odia

Help us?

ଗୀତସଂହିତା 147:1-5 in ଓଡିଆ ବାଇବେଲ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।
2 ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।
3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।
5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
ଗୀତସଂହିତା 147 in ଓଡିଆ ବାଇବେଲ