13କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।
14ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।
15ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।
16ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି।