Text copied!
Bibles in Odia

ଗୀତସଂହିତା 147:5-13 in Odia

Help us?

ଗୀତସଂହିତା 147:5-13 in ଓଡିଆ ବାଇବେଲ

5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
6 ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।
7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
9 ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।
10 ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହଁନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହଁନ୍ତି।
11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।
12 ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;
13 କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।
ଗୀତସଂହିତା 147 in ଓଡିଆ ବାଇବେଲ