6ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି।
7ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
8ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
9ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।
10ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହଁନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହଁନ୍ତି।