Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 147

ଗୀତସଂହିତା 147:9-15

Help us?
Click on verse(s) to share them!
9ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।
10ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହଁନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହଁନ୍ତି।
11ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।
12ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;
13କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।
14ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।
15ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।

Read ଗୀତସଂହିତା 147ଗୀତସଂହିତା 147
Compare ଗୀତସଂହିତା 147:9-15ଗୀତସଂହିତା 147:9-15