Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା

ଗୀତସଂହିତା 148

Help us?
Click on verse(s) to share them!
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।
2ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
3ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
4ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
5ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।
6ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
7ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
9ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
10ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍‍ଡୀୟମାନ ପକ୍ଷୀଗଣ;
11ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
12ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
13ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
14ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।