13ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
14ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।