Text copied!
Bibles in Odia

ଗୀତସଂହିତା 148:7-13 in Odia

Help us?

ଗୀତସଂହିତା 148:7-13 in ଓଡିଆ ବାଇବେଲ

7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
9 ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍‍ଡୀୟମାନ ପକ୍ଷୀଗଣ;
11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
12 ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
ଗୀତସଂହିତା 148 in ଓଡିଆ ବାଇବେଲ