1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।
2ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।
3ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
4କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।