3ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।
4ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
5ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ।