5ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।
6ମୋ’ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।
7ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।
8ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
9ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋ’ ଶରୀର ମଧ୍ୟ ନିରାପଦରେ ବାସ କରିବ।