3ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
4ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।
5ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ।