4ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।
5ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ।
6ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ।
7ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
8ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
9ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ।
10ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।