Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 17

ଗୀତସଂହିତା 17:5-13

Help us?
Click on verse(s) to share them!
5ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ।
6ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ।
7ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍‍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
8ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
9ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ।
10ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
11ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍‍ କରିବାକୁ ଚାହିଁ ରହିଥା’ନ୍ତି।
12ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ।
13ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ’ ପ୍ରାଣକୁ ଉଦ୍ଧାର କର;

Read ଗୀତସଂହିତା 17ଗୀତସଂହିତା 17
Compare ଗୀତସଂହିତା 17:5-13ଗୀତସଂହିତା 17:5-13