Text copied!
Bibles in Odia

ଗୀତସଂହିତା 17:5-13 in Odia

Help us?

ଗୀତସଂହିତା 17:5-13 in ଓଡିଆ ବାଇବେଲ

5 ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ।
6 ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ।
7 ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍‍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
8 ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
9 ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ।
10 ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
11 ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍‍ କରିବାକୁ ଚାହିଁ ରହିଥା’ନ୍ତି।
12 ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ।
13 ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ’ ପ୍ରାଣକୁ ଉଦ୍ଧାର କର;
ଗୀତସଂହିତା 17 in ଓଡିଆ ବାଇବେଲ