8ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
9ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ।
10ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
11ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥା’ନ୍ତି।
12ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ।
13ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ’ ପ୍ରାଣକୁ ଉଦ୍ଧାର କର;
14ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି।
15ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।