Text copied!
Bibles in Odia

ଗୀତସଂହିତା 18:15-25 in Odia

Help us?

ଗୀତସଂହିତା 18:15-25 in ଓଡିଆ ବାଇବେଲ

15 ସେତେବେଳେ, ହେ ସଦାପ୍ରଭୁ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।
16 ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,
17 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋ’ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।
18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।
19 ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋ’ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।
20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋ’ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।
21 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।
22 ଆଉ, ତାହାଙ୍କ ଶାସନସବୁ ମୋ’ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।
23 ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ’ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି।
25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
ଗୀତସଂହିତା 18 in ଓଡିଆ ବାଇବେଲ