7ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।
9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।
10ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
11ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
12ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।
13ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।
14ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋ’ ମୁଖର ବାକ୍ୟ ଓ ମୋ’ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।