11କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ।
12ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ।
13ହେ ସଦାପ୍ରଭୁ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।