4ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।
5ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;
6କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।
7କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ।
8ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।