Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 21

ଗୀତସଂହିତା 21:8-13

Help us?
Click on verse(s) to share them!
8ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।
9ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।
10ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।
11କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ।
12ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ।
13ହେ ସଦାପ୍ରଭୁ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।

Read ଗୀତସଂହିତା 21ଗୀତସଂହିତା 21
Compare ଗୀତସଂହିତା 21:8-13ଗୀତସଂହିତା 21:8-13