10ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
11ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।
12ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି।
14ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ।
15ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ।