Text copied!
Bibles in Odia

ଗୀତସଂହିତା 22:11-18 in Odia

Help us?

ଗୀତସଂହିତା 22:11-18 in ଓଡିଆ ବାଇବେଲ

11 ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।
12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
13 ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି।
14 ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ।
15 ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ।
16 କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
17 ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି।
18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।
ଗୀତସଂହିତା 22 in ଓଡିଆ ବାଇବେଲ