Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:2-13

Help us?
Click on verse(s) to share them!
2ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।
3ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ।
4ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।
5ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।
6ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।
7ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
8“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”
9ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
10ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
11ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।
12ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:2-13ଗୀତସଂହିତା 22:2-13