22ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।
23ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।
24କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।
25ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।